ଭୁବନେଶ୍ୱର: ‘ଆମ ବସ୍’ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବେଗ ପ୍ରକାଶ କରିଛନ୍ତି। ଘଟଣାକୁ ଗୁରୁତର ଭାବେ ନେଇ ଆମ-ବସ୍ ଚାଳକ ମାନଙ୍କ ଦକ୍ଷତା ବିକାଶକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇଛନ୍ତି। ଏଥିପାଇଁ ଚାଳକ ମାନଙ୍କୁ ନିୟମିତ ତାଲିମ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ବିଶେଷକରି ଆମ ବସ୍ ଡ୍ରାଇଭରମାନଙ୍କ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ ଦିଆଯିବ। ତାଲିମ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗକୁ ଏକ ସ୍ବତନ୍ତ୍ର ସ୍କ୍ବାର୍ଡ଼ ଗଠନ ପାଇଁ ନିର୍ଦେଶ ଦେଇଛନ୍ତି। ବସ୍ ଗୁଡିକର ଫିଟନେସ ଯାଞ୍ଚ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏପରି ଘଟଣା ଯେପରି ଆଗକୁ ନଘଟେ ତାହାର ମଧ୍ୟ ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଚାଳକ ମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ଅଧିକ ପଢନ୍ତୁ: ଧକ୍କା ଦେଲା ଆମ ବସ୍: ଅଟୋ ଚାଳକଙ୍କ ମୃତ୍ୟୁ