ଭୁବନେଶ୍ୱର: ଆସନ୍ତା କାଲି ସୋମବାର ( ଏପ୍ରିଲ ୨୭ ତାରିଖ) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ ରହିଛି । ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ନିକଟରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ଥଗିତ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।