ଭୁବନେଶ୍ୱର: ଆସନ୍ତା ୨୧ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି ।
ଜନସାଧାରଣଙ୍କ ପାଇଁ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥାଏ । ଏକାଦଶ ପାଳି ସୁଦ୍ଧା ୯୩ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି । ସେହିପରି ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଦ୍ୱାଦଶ ପାଳି ଅଭିଯୋଗରେ ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ । ଚଳିତ ବର୍ଷ ଆରମ୍ଭରୁ ଦ୍ୱାଦଶ ପାଳି ସୁଦ୍ଧା ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି ।