ଚଳିତ ମାସ ୧୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଦୁର୍ଗାପୂଜା ଭସାଣି ହେତୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଲୋକଙ୍କ ସୁବିଧା ପାଇଁ ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ପ୍ରତ୍ୟେକ ସୋମବାର ଜନ ଶୁଣାଣି କରନ୍ତି । ଆସନ୍ତା ୧୪ ତାରିଖରେ ଭସାଣୀ ଯୋଗୁଁ ଜନ ଶୁଣାଣି ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।