ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବବିଲତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଯୋଗାଣ ନିରୀକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି ।
ସୂଚନାଯୋଗ୍ୟ ଯେ, କଣିହା ବ୍ଲକରେ କାର୍ଯ୍ୟରତ ଥିବାବେଳେ ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଅନୁଗୋଳ ଜିଲ୍ଲା ଭିଜିଲାନ୍ସ ପକ୍ଷରୁ ତାଙ୍କ ବିରୁଦ୍ଧରେ କେଶ୍ ରୁଜୁ ହୋଇଥିଲା । ନିକଟରେ ଅନୁଗୋଳ ଭିଜିଲାନ୍ସ ସ୍ପେସାଲ ଜଜ୍ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡ ବିଧାନ କରିଛନ୍ତି ।
ଦୁର୍ନୀତି ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରୁଥିବା ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ବବିତା ବେହେରାଙ୍କୁ ତୁରନ୍ତ ଚାକିରୀରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଗୋଟିଏ ଦିନରେ(ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ଦୁଇ ଦୁଇ ଜଣ ଦୁର୍ନୀତି ଖୋର୍ ସରକାରୀ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି। ଏଥିସହ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ମଧ୍ୟ ବହିଷ୍କାର କରାଯାଇଛି ।