ଭୁବନେଶ୍ୱର: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କର ଦୁଇ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ସେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ସହିତ କେନ୍ଦ୍ରମନ୍ତ୍ରୀମାନଙ୍କ ସହିତ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶାର ବିଭିନ୍ନ ସ୍ଵାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ଅନ୍ୟ ପକ୍ଷରେ ଚଳିତ ମାସରେ ମୋହନ ମାଝୀ ୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ ବିଦେଶ ଗସ୍ତ ହେବ । ନଭେମ୍ବର ୧୮ରୁ ୨୦ ଯାଏ ମୁଖ୍ୟମନ୍ତ୍ରୀ ସେଠାରେ ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ରୋଡ୍ ଶୋ’ କରିବେ । ଏହା ସହିତ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ନିବେଶକଙ୍କ ସହିତ ଆଲୋଚନା କରିପାରନ୍ତି ।