ନୂଆଦିଲ୍ଲୀ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ବ୍ୟକ୍ତ କରିଛନ୍ତି । ଅଜିତ ପାୱାରଙ୍କ ବିୟୋଗ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ, କହିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ ଶ୍ରୀ ପାୱାର ଜଣେ ପ୍ରଖ୍ୟାତ ରାଜନେତା ଏବଂ ଜଣେ ଉତ୍ସର୍ଗୀକୃତ ଜନସେବକ ଥିଲେ । ଏହି ଗଭୀର ଦୁଃଖର ମୁହୂର୍ତ୍ତରେ, ଶୋକସନ୍ତପ୍ତ ପରିବାର, ସହକର୍ମୀ ଏବଂ ମହାରାଷ୍ଟ୍ରର ଜନସାଧାରଣଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ସ୍ୱର୍ଗତଃ ଆତ୍ମାକୁ ନିଜ ପାଦରେ ସ୍ଥାନ ଦିଅନ୍ତୁ ଏବଂ ଶୋକସନ୍ତପ୍ତ ପରିବାରକୁ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।
ଆଜି ସକାଳେ ଆଜି ସକାଳ ୮ଟା ୪୫ରେ ମହାରାଷ୍ଟ୍ରର ବାରାମତୀରେ ବିମାନ ଦୁର୍ଘଟଣା ହୋଇଥିଲା । ଉପମୁଖ୍ୟମନ୍ତ୍ରୀ ଶ୍ରୀ ପାୱାରଙ୍କ ସମେତ ଛଅ ଜଣଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ଜଣେ ପିଏସଓ, ଜଣେ ଆଟେଣ୍ଡାଣ୍ଟ ଓ ଦୁଇ କ୍ରିଉ ମେମ୍ବରଙ୍କ ପ୍ରାଣ ହରାଇଛନ୍ତି ।