ଭୁବନେଶ୍ୱର: ବିକଶିତ ଓଡ଼ିଶାକୁ ଦୃଷ୍ଟିରେ ରଖି ବିଜେପି ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବ । ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୯୦ତମ ବଜେଟ ଉପସ୍ଥାପନ ଆଣିବାକୁ ଯାଉଛନ୍ତି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହାତରେ ବଜେଟ୍ ବ୍ରିଫକେସ୍ ସହିତ ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରିଛନ୍ତି । ରାଜଭବନରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଧରିଥିବା ବ୍ରିଫକେସକୁ ନୀଳ ରଙ୍ଗର ସମ୍ବଲପୁରୀ ଡିଜାଇନ୍ କରାଯାଇଛି । ବଜେଟ୍ ର ଗୋଟିଏ କପି ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ପ୍ରଦାନ କରିଛନ୍ତି ।