ନୂଆଦିଲ୍ଲୀ: ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ସୂଚନା ଦେଇଛି । ସାକ୍ଷାତ ସମୟରେ ଓଡ଼ିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ, ସ୍ୱାସ୍ଥ୍ୟସେବା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପରିଯୋଜନା ଓ ଭବିଷ୍ୟତ ରୂପରେଖ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଛି ।
ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଅନୁଷ୍ଠିତ ଉପରାଷ୍ଟ୍ରପତି ଶପଥ ସମାରୋହରେ ମଧ୍ୟ ଯୋଗ ଦେଇଥିଲେ । ନବନିର୍ବାଚିତ ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ ଶୁକ୍ରବାର ଦିନ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।