ଭୁବନେଶ୍ୱର: ଆସନ୍ତା ଜୁନ ୨୧ରେ ପାଳିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନ ପାଇଁ ଆୟୋଜନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି କଟକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପୁରୀରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗ ଦେବେ ।
ଅନ୍ୟପକ୍ଷରେ ଝାରସୁଗୁଡ଼ାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମ୍ବଲପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଏବଂ କନ୍ଧମାଳରେ ଆୟୋଜିତ ହେବାକୁ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ସେହିପରି ଢେଙ୍କାନାଳରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଖୋର୍ଦ୍ଧାରେ ଆଇନ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନୁଗୁଳରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା ମୁକେଶ ମହାଲିଙ୍ଗ, ଗଞ୍ଜାମରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାରିପଦାରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଭୁବନେଶ୍ୱରରେ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂସୀ ସୁରଜ, କେନ୍ଦ୍ରାପଡ଼ାରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ନୟାଗଡ଼ରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ଜଗତସିଂହପୁରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଉପସ୍ଥିତ ରହିବେ ।