ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ସୃଷ୍ଟି ହୋଇଛି । ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତି ପରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଡି.କେ ସିଂ ଆକାଶମାର୍ଗରୁ ମଧ୍ୟ ବନ୍ୟାଞ୍ଚଳ ବୁଲି ଦେଖିଛନ୍ତି । ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ କରାଯାଇଛି ।
ଅନ୍ୟପକ୍ଷରେ ଆଜି ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ଜାରି ରହିଛି । ଭଦ୍ରକ ଧାମନଗର, କେନ୍ଦ୍ରାପଡ଼ାର ଆଳି ବ୍ଲକ୍, ବାଲେଶ୍ୱର ଜଳେଶ୍ୱର, ଭୋଗରାଇ, ବସ୍ତା ଓ ବାଲିଆପାଳରେ ବନ୍ୟା ଆସିଛି । ବିଭିନ୍ନ ସ୍ଥାନରେ ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଥିବାବେଳେ ହେକ୍ଟର ହେକ୍ଟର ଚାଷ ଜମି ବୁଡ଼ିଛି ।