ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଶୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, ଆଜିର ଶିଶୁ କାଲିର ଭବିଷ୍ୟତ । ସମାଜର ବିକାଶ ପାଇଁ ଶିଶୁମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ଅପରିହାର୍ଯ୍ୟ । ଶିଶୁମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଏବଂ ଅସୁମାରୀ ସୁଯୋଗ ସୃଷ୍ଟି କରିବା ଦିଗରେ ସମସ୍ତେ ଏକ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମ ଆକାଉଣ୍ଟ ଏକ୍ସରେ କହିଛନ୍ତି, ଆଜିର ଶିଶୁ ଭବିଷ୍ୟତ ନିର୍ମାଣର କର୍ଣ୍ଣଧାର । ସମାଜର ବିକାଶ ପାଇଁ ଶିଶୁମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ଅପରିହାର୍ଯ୍ୟ । ଏହି ଦିଗରେ ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ଆମ ରାଜ୍ୟର ପିଲାମାନେ ଯେପରି ଗୁଣାତ୍ମକ ଶିକ୍ଷା ପାଇ ପାରିବେ ସେଥିପାଇଁ ଆମ ସରକାର ପ୍ରତିଶ୍ରୁତି ବଦ୍ଧ ।