ଭୁବନେଶ୍ୱର; ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୁଣି ଚିହ୍ନଟ ହୋଇଛନ୍ତି ୭ ନୂଆ କରୋନା ପଜିଟିଭ୍ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ହୋଇଛି । ସେଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୬ଜଣ, କଟକରେ ୯ଜଣ, ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ପ୍ରତିଦିନ କିଛି କିଛି ରୋଗୀ ଚିହ୍ନଟ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଖୁବଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ।