ଭୁବନେଶ୍ୱର: ଏଥର ବର୍ଷାରେ ଭିଜିବ ରଜ। କାରଣ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଯୋଗୁଁ ଏହା ଲଘୁଚାପର ରୂପ ନେଇ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଜୁନ୍ ୧୨ ପରଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବା ସହିତ ଜୁନ୍ ୧୪ ତାରିଖ ଠାରୁ ଧିରେ ଧିରେ ବର୍ଷାର ବିସ୍ତୁତି ବଢିପାରେ। ଯାହାଫଳରେ ରଜ ଏଥର ବର୍ଷାରେ ଭିଜିବ ବୋଲି ଆକଳନ କରାଯାଉଛି।
ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀଜନିତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ଆସନ୍ତାକାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି । ଏହାର ପ୍ରଭାବରେ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଉପରେ ପାଗ ମେଘୁଆ ରହିବ। ଆକାଶ ବାଦଲରେ ଆଚ୍ଛାଦିତ ହେବ ବୋଲି ଅନୁମାନ କରାଯାଇଛି । ଅନ୍ୟପକ୍ଷରେ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।