ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଚିକିତ୍ସାଧୀନ ଅବସ୍ଥାରେ ୮୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଦୀର୍ଘଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ସକାଳ ପ୍ରାୟ ୫ଟା ୨୩ ମିନିଟରେ ତାଙ୍କର ପରଲୋକ ହୋଇଛି । ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଦୀର୍ଘଦିନ ଧରି ସେ କିଡନୀ ଜନିତ ସମସ୍ୟାରେ ପିଡିତ ଥିଲେ । ଏବଂ ଗତ ୧୮ ତାରିଖ ବିଳମ୍ବିତ ରାତିରେ ସେ ଗୁରୁତର ହୋଇପଡିଥିଲେ । ପରିବାର ଲୋକେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାସରେ ଭର୍ତି କରିଥିଲେ ଓ ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା । ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।
ତେବେ ରାଜ୍ୟ ରାଜନୀତିର ଟାଣୁଆ ନେତା ଥିଲେ ଦାମୋଦର ରାଉତ । ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ୧୯୭୭ ରୁ ୨୦୧୯ ପର୍ଯ୍ୟନ୍ତ ସେ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୭୯ ଅକ୍ଟୋବର ୨୫ ତାରିଖରୁ ୧୯୮୦ ଫେବୃଆରୀ ଦୁଇ ତାରିଖ ପର୍ଯ୍ୟନ୍ତ ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ଥିଲେ । ପରେ ସୋସିଆଲ ୱେଲଫେୟାର ବିଭାଗ ସହ ୧୯୯୩ରୁ ୧୯୯୫ ମସିହା ପର୍ଯ୍ୟନ୍ତ ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଥିଲେ । ଏବଂ ମହିଳା ଓ ଶିଶୁ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ଯ କରିଥିଲେ । ତେବେ ଓଡିଶା ରାଜନୀତିରେ ଜଣେ ଦକ୍ଷନେତାଙ୍କ ବିୟୋଗରେ ଓଡିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ।