ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ । ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ । ଏଥିପାଇଁ କାଲି ପୂର୍ବାହ୍ନ ୧୦ଟାରୁ ସର୍ବସାଧାରଣ ଦର୍ଶନ ଉପରେ କଟକଣା ଜାରି କରାଯାଇଛି । ସେହିପରି ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ମଧ୍ୟର ଭକ୍ତଙ୍କ ପ୍ରବେଶକୁ ବାରଣ କରାଯାଇଛି । ରତ୍ନ ଅଳଙ୍କାର ସ୍ଥାନାନ୍ତର ସମାପନ ହେବା ପରେ ଦର୍ଶନ କଟକଣା ପ୍ରତ୍ୟାହାର କରାଯିବ ।