ଭୁବନେଶ୍ୱର: ଆଉ ତିନିଟା ଦିନ ପରେ ଦେଶ ପାଳିବ ୭୯ ତମ ସ୍ୱାଧୀନତା ଦିବସ ପାଳିବାକୁ ଯାଉଛି । ସବୁଠି ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ପ୍ରସ୍ତୁତି ଚାଲିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ପରେଡରେ ଅଭିବାଦନ ଗ୍ରହଣ କରିବେ । ଅନ୍ୟାନ୍ୟ ମନ୍ତ୍ରୀ କେଉଁ ଜିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିବେ ତାର ସୂଚୀ ପ୍ରକାଶ ପାଇଛି ।
କେନ୍ଦୁଝର ଜିଲ୍ଲା ସ୍ତ୍ରରୀୟ ସମାରୋହରେ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେବାକୁ ଥିବାବେଳେ କଟକରେ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ସେହିପରି ସମ୍ବଲପୁରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ବଲାଙ୍ଗୀରରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, କଳାହାଣ୍ଡିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ ଖାଉଟି କଲ୍ୟାଣ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ପୁରୀରେ ଆଇନ ତଥା ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବେ ।
ଅନ୍ୟପକ୍ଷରେ ସୁନ୍ଦରଗଡ଼ରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ, ଗଜପତିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଭଦ୍ରକରେ ଗ୍ରାମ୍ୟ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ସୋନପୁରରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳରେ ପ୍ରଦୀପ ବଳସାମନ୍ତ, ରାୟଗଡ଼ାରେ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ମୟୁରଭଞ୍ଜରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଯୋଗ ଦେଇ ପତାକା ଉତ୍ତୋଳନ କରିବେ ।