ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିଛି । ଗଭୀର ଅବପାତ ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି । ଏହା କ୍ରମଶଃ ଆଗକୁ ବଢ଼ି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତର ଓଡ଼ିଶା ଦେଇ ଗତି କରିବ । ଫଳରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରି ଆଞ୍ଚଳିକ ପାଣିପାଗ ବିଭାଗ ।
ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଆଜି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗିର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୯ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି।