ଭୁବନେଶ୍ଵର: ମହାବିଦ୍ୟାଳୟମାନଙ୍କରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନେଇ ଶକ୍ତ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାସ ମଧ୍ୟରେ ଆଇସିସି କମିଟି ଗଠନ ନ କରାଗଲେ ସମ୍ପୃକ୍ତ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ସେ କହିଛନ୍ତି, ଆଇସିସି କମିଟି ଗଠନ ନ କଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରିବା ପାଇଁ ସରକାର ଟାର୍ଗେଟ ରଖିଛନ୍ତି । ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, ପିଓଏସଏଚ ଆକ୍ଟ (POSH ACT) ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ତେଣୁ ପିଓଏସଏଚ ଆକ୍ଟ ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନ କାର୍ଯ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।