ଭୁବନେଶ୍ୱର: ଧଉଳି ଗଣଦୁଷ୍କର୍ମ ଘଟଣାରେ ପୁଲିସ୍ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି। ପୁଲିସ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଇତି ମଧ୍ୟରେ ପୁଲିସ ନାବାଳିକା ଏବଂ ତାଙ୍କ ପୁରୁଷ ବନ୍ଧୁଙ୍କ ବୟାନ ରେକର୍ଡ କରିଛି। ସେପଟେ ଆଜି କ୍ରାଇମ ସ୍ପଟ୍ରେ ପହଞ୍ଚିଛନ୍ତି ମହିଳା କମିଶନ ସଦସ୍ୟା। ପ୍ରଥମେ ଧଉଳି ଥାନା ଯାଇ ଅନୁଧ୍ୟାନ କରିବା ପରେ କ୍ରାଇମ୍ ସ୍ପଟ୍ ରେ ପହଞ୍ଚିଥିଲେ। ମହିଳା କମିସନର ନିଜ ଆଡୁ ମାମଲା ରୁଜୁ କରିବା ସହିତ ଏହି ଘଟଣାକୁ ଗୁରୁତର ସହ ନିଆଯାଇଛି ଏବଂ ଏହିପାଇଁ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବୁ ବୋଲି କହିଛନ୍ତି।
ସୂଚନା ମୂତାବିକ, ଧଉଳି ନିକଟରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୧୧ ତାରିଖରେ ନାବାଳିକା ପୁରୁଷ ବନ୍ଧୁଙ୍କ ସହ ଧଉଳି ବୁଲିବାକୁ ଆସିଥିବା ଜଣେ ତାଙ୍କୁ ପାଞ୍ଚ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଧଉଳିରୁ ଫେରୁଥିବା ସମୟରେ ଦୁର୍ବୃତ୍ତମାନେ ସେମାନଙ୍କୁ ଅଟକାଇ ଟଙ୍କା ମାଗିଥିଲେ। ପୁରୁଷ ବନ୍ଧୁ ଟଙ୍କା ଦେବାକୁ ମନା କରିବାରୁ ଦୁର୍ବୃତ୍ତମାନେ ଉତକ୍ଷିପ୍ତ ହୋଇ ଉଭୟଙ୍କୁ ଏକ ଅନ୍ଧାରିଆ ନଦୀ ପଠାକୁ ଟାଣି ନେଇଥିଲେ। ସେଠାରେ ଦୁର୍ବୃତ୍ତମାନେ ପୁରୁଷ ବନ୍ଧୁଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିବା ସହ ପଥରରେ ଛେଚି ରକ୍ତାକ୍ତ କରିଦେଇଥିଲେ।
ନାବାଳିକା ଜଣକ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିବାରୁ ଦୁଇଜଣ ଅଭିଯୁକ୍ତ ତାଙ୍କୁ ବଳପୂର୍ବକ ଗଣଦୁଷ୍କର୍ମ କରିଥିଲେ। କେବଳ ସେତିକି ନୁହେଁ, ଏହି ପିଶାଚମାନେ ଦୁଷ୍କର୍ମ ସମୟର ଭିଡିଓ ଏବଂ ଫଟୋ ନିଜ ମୋବାଇଲରେ ଉତ୍ତୋଳନ କରିଥିଲେ ଏବଂ ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ। ଘଟଣାସ୍ଥଳରେ ଅଭିଯୁକ୍ତଙ୍କ ସମେତ ମୋଟ ୫ ଜଣ ଉପସ୍ଥିତ ଥିବା ଜଣାପଡିଛି।
ପୁଲିସ ନାବାଳିକାର ଡାକ୍ତରୀ ପରୀକ୍ଷା କରାଇବା ସହ ବିଏନ୍ଏସ୍ଏସ୍-୧୮୩, ବିଏନ୍ଏସ୍ଏସ୍-୧୮୦ରେ ନାବାଳିକା ଏବଂ ତାଙ୍କ ପୁରୁଷ ବନ୍ଧୁଙ୍କ ବୟାନ ରେକର୍ଡ କରିଛି। ଜୁଡିସିଆଲ ମାଜିଷ୍ଟ୍ରେଟ ଫାର୍ଷ୍ଟ କ୍ଲାସରେ ମାଜିଷ୍ଟ୍ରେଟ ଉପସ୍ଥିତିରେ ବୟାନ ରେକର୍ଡ ହୋଇଛି। ଏଯାବତ ଘଟଣାରେ କମିଶନରେଟ୍ ପୁଲିସ୍ ଦୁଇ ଜଣଙ୍କୁ ଗିରଫ କରିଥିବା ବେଳେ ଦୁଇ ଜଣ ଫେରାର ଅଛନ୍ତି। ପୋକ୍ସ ମାମାଲା ରୁଜୁ କରି ତନାଘନା କରୁଛି ଧଉଳି ଥାନା ପୁଲିସ୍। ଅନ୍ୟପଟେ ଏବେ ରାଜ୍ୟ ମହିଳା କମିଶନର ଏକ ଦଳ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ସେମାନେ ଧଉଳି ପୋଲିସ ଷ୍ଟେସନର ତଦନ୍ତକାରୀ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଏବଂ ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥାର ସମୀକ୍ଷା କରିଛନ୍ତି। କମିଶନ ଅଧିକାରୀମାନଙ୍କୁ ତ୍ୱରିତ ନ୍ୟାୟ ଏବଂ ଉପଯୁକ୍ତ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅଧିକ ପଢନ୍ତୁ: ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ, ୨ ଗିରଫ, ଅନ୍ୟମାନେ ଫେରାର