ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଚନ୍ତି ବୁଲା କୁକୁର । ୧୦ ମାସ ରେ ୨ ଲକ୍ଷ ୪୩ ହଜାର ୫୬୫ ଜଣ ଲୋକ କୁକୁର କାମୁଡ଼ା ରେ ଶିକାର ହୋଇଛନ୍ତି । ଏ ନେଇ ଆଜି ବିଧାନସଭା ଗୃହରେ ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି ମସ୍ଚ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।
ମନ୍ତ୍ରୀ ରଖିଥିବା ଉତ୍ତର ଅନୁସାରେ, ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷ ବୁଲା କୁକୁର । ଦୁଇ ବର୍ଷରେ ୫ ଲକ୍ଷରୁ ଅଧିକ ଲୋକ ବୁଲା କୁକୁର କାମୁଡ଼ାର ଶିକାର ହୋଇଛନ୍ତି । ଚଳିତ ବର୍ଷରେ ଗତ ୧୦ ମାସରେ ୨ ଲକ୍ଷ ୪୩ ହଜାର ୫୬୫ ଜଣ ଲୋକ କୁକୁର କାମୁଡ଼ାରେ ଶିକାର ହୋଇଛନ୍ତି । ସେହିପରି ଗତବର୍ଷ ୨ ଲକ୍ଷ ୬୦ ହଜାର ଲୋକ କୁକୁର କାମୁଡ଼ାର ଶିକାର ହୋଇଥିଲେ । ତେବେ ରାଜ୍ୟରେ ୮ ଟି ସହରାଞ୍ଚଳରେ ୪ ହଜାର ୬୦୫ କୁକୁରଙ୍କ ବନ୍ଧ୍ୟା କରଣ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।