ଭୁବନେଶ୍ୱର: ଖୁବ ଶୀଘ୍ର ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ସେହିପରି କୁଳପତି ନିଯୁକ୍ତି ପ୍ରକ୍ରିୟା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଁଚିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି ବିଶ୍ୱବିଦ୍ୟାଳୟ ସଂରକ୍ଷଣ ସଂଶୋଧନ ଆଇନ ଆସିବା ପରେ ନିଯୁକ୍ତି ପ୍ରକ୍ରିୟା ପାଇଁ ବାଟ ଫିଟିଛି। ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏଥିପାଇଁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆସରିଛି। ଅଣଶିକ୍ଷକ ପଦବୀ ପୂରଣ ପାଇଁ ମଧ୍ୟ ଏସ୍ଏସ୍ବିକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ପୂର୍ବରୁ ୩୮୫ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପୂରଣ ପାଇଁ ଓଡ଼ିଶା ପବ୍ଲିକ୍ ସର୍ଭିସ୍ କମିଶନକୁ ଦାୟିତ୍ୱ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି ।