ହିନ୍ଦୋଳ: ସୋମବାର ବିଳମ୍ବିତ ରାତିରେ ହିନ୍ଦୋଳ ବନାଞ୍ଚଳ ନୂଆଗାଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ସଂସାର ଗଡ଼ନାୟକ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳାଇ ଦେଇଛି ।
ସୂଚନା ଅନୁସାରେ, ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ନୂଆଗାଁ ଗ୍ରାମର ସଂସାର ଗଡ଼ନାୟକ ଗଣେଶ ପୂଜା ଭସାଣି ଦେଖି ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀ ତାଙ୍କୁ କଚାଡ଼ି ଦଳି ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଚିକିତ୍ସା ପାଇଁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ଅଧାବାଟରେ ତାଙ୍କର ମୃତ୍ୟୁ ହୋଇଯାଇଛି । ଏନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି । ବନବିଭାଗ ଖବର ପାଇ, ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।