ଖବର ଓଡିଶା : 19/03/2023:
ଗତକାଲି ବର୍ଷାରେ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ ଭିଜେଇଥିବା ବେଳେ ଆଜି ବି ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ତଥ ସଂଲଗ୍ନ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ଅନୁଗୁଳ ଆଦି ଜିଲ୍ଲାରେ ବିଜୁଳି, ଘଡଘଡି ସହ ଝଡବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଏହିସବୁ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।