ଯାଜପୁର: ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ପାର ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ପୂର୍ବରୁ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ୨ ଜଣଙ୍କର ମୃତ୍ୟୁ ହୋଇଥିଲା ଆଉ ଏବେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ADMO ସୂଚନା ଦେଇଛନ୍ତି ।
ଯାଜପୁର ଜିଲ୍ଲାର ବିଭିନ୍ନ ମେଡିକାଲରେ ଝାଡାବାନ୍ତି ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ସ୍ଥିତି ଯାଞ୍ଚ ପାଇଁ କୋରେଇ ବିଧାୟକ ଆକାଶ ଦାସ ନାୟକ ଏବଂ ଯାଜପୁର ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଯାଜପୁର ରୋଡ ଡାକ୍ତରଖାନାରେ ପହଞ୍ଚି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ ଆଲୋଚନା କରିଥିଲେ । କେଉଁ କାରଣରୁ ଝାଡାବାନ୍ତି ବ୍ୟାପୁଛି ତାହା ମଧ୍ୟ ଜଣାପଡିନାହିଁ । ୨୦ ଜଣ ଆକ୍ରାନ୍ତଙ୍କୁ କଟକ ଏସ୍ସିବି ମେଡିକାଲ୍ ସ୍ଥାନାନ୍ତର କରାଯାଇଛି। ରାଜ୍ୟସ୍ତରୀୟ ୨ଟି ଡାକ୍ତରୀ ଟିମ୍ ଘଟଣାସ୍ଥଳକୁ ଯାଇ ସ୍ଥିତି ଉପରେ ଅନୁଧ୍ୟାୟନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଏପରି ସ୍ଥିତିକୁ ନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ଝାଡ଼ାବାନ୍ତି ହୋଇଛି। ବାହାଘର ଭୋଜି, ଖରାପ ପାଣି କାରଣରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଅନୁମାନ କରାଯାଉଥିଲେ ମଧ୍ୟ ତାହା ସ୍ପଷ୍ଟ ହୋଇନାହିଁ ।