ବାରିପଦା: ଛାତ୍ରୀଙ୍କୁ ଅସଦାଚରଣ କରିବା ମାମଲାରେ ନିଲମ୍ବିତ ହୋଇଥିବା ବେତନଟୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ପ୍ରମୋଦ ମହାନ୍ତ ଫେରାର ହୋଇଯାଇଛନ୍ତି । ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଫେରାର ଶିକ୍ଷକଙ୍କ ନାମରେ ଥାନାରେ ଏତଲା ଦେଇଛନ୍ତି । ବୈଶିଙ୍ଗା ଥାନାରେ ମାମଲା ରୁଜୁ ହୋଇଛି ।
ପ୍ରକାଶ ଥାଉକି, ଦିନକ ତଳେ ଛାତ୍ରୀ ଅସଦାଚରଣ ମାମଲାରେ ବେତନଟୀର ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ପ୍ରମୋଦ ମହାନ୍ତଙ୍କୁ ମଣ୍ଡଳ ଶିକ୍ଷା ଅଧିକାରୀ ନିଲମ୍ବିତ କରିଥିଲେ । ଏକାଧିକ କୋମଳମତି ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ତଦନ୍ତ କରି ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବ କହିଥିଲେ ବିଇଓ।