ରାୟଗଡ଼ା: ଜିଆଇଇଟି ବିଶ୍ୱବିଦ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି। ଏନେଇ ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ, ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି କରିଥିଲେ । ବହୁ ଚେଷ୍ଟା ପରେ ଅଗ୍ନିଶମ ବାହିନୀ ନିଆଁ ଲିଭାଇବା ପାଇଁ ସଫଳ ହୋଇଥିଲେ । ଅଗ୍ନିକାଣ୍ଡ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ସହିତ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ ।