ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଯାଇଛି । ଅଗ୍ନିକାଣ୍ଡରେ ଅଫିସର ସମସ୍ତ ଜିନିଷ ସହ ଗୁରୁତ୍ୱପୂର୍ଣ୍ଣ କାଗଜ, କମ୍ପୁଟର ଓ ପ୍ରିଣ୍ଟର ପୋଡ଼ି ପାଉଁଶ ହୋଇଯାଇଥିବା ଦେଖିବାକୁ ମିଳିଛି । ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।
ତେବେ ଅଫିସ ଭିତରୁ ନିଆଁ ବାହାରୁଥିବାଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।