ଯାଜପୁର: ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା । ଯାଜପୁର ଜିଲ୍ଲା ଜେନାପୁରଠାରେ ବିପଦସଙ୍କେତ ୬୭ ଫୁଟ୍ ରହିଛି । ଆଜି ସକାଳ ୮ଟା ସୁଦ୍ଧା ୬୫.୧୦ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି । ତେଣୁ ତଳିଆ ଅଞ୍ଚଳରେ ପାଣି ପଶିବା ସମ୍ଭାବନା ରହିଛି । ବନ୍ୟା ହେଲେ ଧର୍ମଶାଳା, ରସୁଲପୁର ଓ ବରୀ ବ୍ଲକ ପ୍ରଭାବିତ ହେବ। ତେଣୁ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ରସୁଲପୁର ବ୍ଲକ ପ୍ରଶାସନ ପକ୍ଷରୁ ନଦୀକୂଳିଆ ଲୋକଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି ।
ଆଜି ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ତେବେ ଆସନ୍ତା ୧୭ ତାରିଖରେ ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଓ ହାଲୁକା ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ସତର୍କ କରାଯାଇଛି। ଏପରିକି ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି। ଏହାସହ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରୁ ଅବପାତ ଦୂର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଯେଉଁଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।