ବାଲେଶ୍ବର: ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଓ ପରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗର ଉଚ୍ଚସ୍ତରୀୟ କମିଟି ଆଜି ବାଲେଶ୍ବର ଯିବେ । ତଦନ୍ତ କମିଟି ପାଖରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟ ହାଜର ହେବେ । ଆଜି ଓ ଆସନ୍ତାକାଲି ଫକୀର ମୋହନ ମହାବିଦ୍ୟାଳୟରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟଙ୍କୁ ବ୍ୟକ୍ତିଗତ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଉକ୍ତ କମିଟି ଘଟଣାର ତନାଘନା ତଦନ୍ତ କରିବେ।
ସୂଚନା ଯୋଗ୍ୟ, ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଓ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ତୁରନ୍ତ ଏହି ଘଟଣା ପରେ ଅଧ୍ୟାପକ ଓ ଅଧ୍ୟକ୍ଷଙ୍କୁ ନିଲମ୍ବନ କରାଯାଇଥିଲା । କେଉଁ କାରଣରୁ ଛାତ୍ରୀ ଜଣକ ଏପରି ନିଷ୍ପତ୍ତି ନେଇଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମବ୍ରାଞ୍ଚ ଟିମ ତଦନ୍ତ ପାଇଁ ଗୁରୁବାର କଲେଜରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଥିଲେ। ଗ୍ରାଉଣ୍ଡରୁ ଘଟଣାର ସମସ୍ତ ତଥ୍ୟ ସଂଗ୍ରହ ନିମନ୍ତେ ତଦନ୍ତ ଜାରି ରଖିଥିଲେ । ଘଟଣାର ବିଭିନ୍ନ ଦିଗକୁ ନେଇ ଆଇସିସିର ସଦସ୍ୟ ଓ କଲେଜ କର୍ମଚାରୀଙ୍କୁ ମଧ୍ୟ ପଚାରଉଚରା କରିଥିଲେ । ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇ ଆତ୍ମାହୁତି ପାଇଁ ଉଦ୍ୟମ କରିଥିଲା । ଛାତ୍ରୀ ଜଣକ ପେଟ୍ରୋଲ କେଉଁଠୁ ଆଣିଲା ତାହା ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ? ସେଥିପାଇଁ କ୍ରାଇମବ୍ରାଞ୍ଚର ଏକ ଟିମ କଲେଜ ନିକଟସ୍ଥ ପେଟ୍ରୋଲ ପମ୍ପରେ ମଧ୍ୟ ତନାଘନା ଯାଞ୍ଚ କରୁଛି ।