ବୀରମିତ୍ରପୁର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସେ ଗତ କିଛିମାସ ହେବ ଅସୁସ୍ଥ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ପୈତୃକ ଗାଁ ଝୁନମୁରରେ ତାଙ୍କର ଶେଷକୃତ୍ୟ କରାଯିବ ।
ଜର୍ଜ ତୀର୍କି ଓଡ଼ିଶା ରଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନସଭାରେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବୀରମିତ୍ରପୁର ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ । JMMରୁ ୨ ଥର, ଥରେ ସ୍ବାଧୀନ ଓ ଥରେ ସମତା କ୍ରାନ୍ତି ଦଳରୁ ନିର୍ବାଚିତ ହୋଇଥିଲେ ।