ହୀରାକୁଦର ୧୪ଟି ଗେଟ୍ ଖୋଲାଯାଇଛି, ଜଳସ୍ତର ବୃଦ୍ଧି ପାଉଥିବାରୁ ଗେଟ୍ ଖୋଲାଯାଇଛି । ଜଳଭଣ୍ଡାରକୁ ସେକେଣ୍ଡ ପ୍ରତି ୨ ଲକ୍ଷ ୨୯ ହଜାର ୪୫୮ କ୍ୟୁସେକ ପ୍ରବେଶ କରୁଥିବାବେଳେ ୨ ଲକ୍ଷ ୬୭ ହଜାର ୫୭୭ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ପ୍ରଥମେ ୨ଟି ଗେଟ୍ ଖୋଲିଥିବା ବେଳେ ଜଳସ୍ତର ବୃଦ୍ଧିକୁ ଦେଖି ଗତକାଲି ସକାଳେ ୮ଟି ଗେଟ୍ ଖୋଲାଯାଇଥିଲା । ପୁଣି ଅପରାହ୍ଣରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା । ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଏବେ ହୀରାକୁଦ ଡ୍ୟାମର ଜଳସ୍ତର ରହିଛି ୬୨୮ ଦଶମିକ ୧୫ ଫୁଟ୍ । ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବାରୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ତେବେ ସିଷ୍ଟମ ଛତିଶଗଡ଼ ଆଡ଼କୁ ମୁହାଁଉଥିବାରୁ ଉପକୂଳରେ ବର୍ଷା ପରିମାଣ କମିବା ସହ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଲଘୁଚାପ ଯୋଗୁ ପ୍ରବଳ ବର୍ଷା ସତ୍ତ୍ୱେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି ସରକାର ଆଶ୍ୱାସନା ଦେଇଛନ୍ତି ।
ଅଧିକ ପଢନ୍ତୁ,ଉପରମୁଣ୍ଡରେ ଲଗାଣ ବର୍ଷା : ଖୋଲିଲା ହୀରାକୁଦ ଡ୍ୟାମର ଆଉ ୮ଟି ଗେଟ୍