ଭୁବନେଶ୍ୱର: ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜନ୍ମ ଦିବସ । ଏହି ଉପଲକ୍ଷେ ବିଧାନସଭା ପରିସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ରାଜ୍ୟପାଳ ରଘୁବର ଦାସ, ବାଚସ୍ପତି ସୁରମା ପାଢ଼ୀ, ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଯୋଗ ଦେଇଛନ୍ତି । ସମସ୍ତ ନେତୃବୃନ୍ଦମାନେ ବିଧାନସଭା ପରିସରରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗ ଦେଇଛନ୍ତି । ପ୍ରଥମେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା । ଏହା ପରେ ରାଜ୍ୟପାଳ, ବାଚସ୍ପତି, ଉପ ବାଚସ୍ପତି, ମୁଖ୍ୟମନ୍ତ୍ରୀ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରମୁଖ ଗାନ୍ଧୀ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ ।