ଭୁବନେଶ୍ୱର: ପୁଣି ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ନେତା। ଆଜି ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ୱର ବରାଳଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଏନେଇ ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି।
ତେବେ ଏହା ପୂର୍ବରୁ ଗତକାଲି ମଧ୍ୟ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ନିଲମ୍ବିତ କରାଯାଇଥିଲା। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ଙ୍କ ଉପରେ ଆକ୍ସନ ନେଇଥିଲେ ସୁପ୍ରିମୋ ନବୀନ ପଟ୍ଟନାୟକ। ଗତ ୨୦୨୪ ବିଧାନସଭା ନିର୍ବାଚନରେ ଉଭୟ ବିଜେଡି ଟିକେଟରେ ଲଢ଼ି ବିଧାୟକ ହୋଇଥିଲେ। ତେବେ ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ ଏବେ ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି ।
ଅଧିକ ପଢନ୍ତୁ: ଅରବିନ୍ଦଙ୍କ ନିଲମ୍ବନ ପରେ ବିଜୟଙ୍କ ପ୍ରତିକ୍ରିୟା, ବିଶ୍ୱାଘାତକ କିଏ ଲୋକେ ବିଚାର କରିବେ