ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ। ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହା ହେଉଛି ପ୍ରଧାନମନ୍ତ୍ରୀ ୬ଷ୍ଠ ଥର ପାଇଁ ଓଡ଼ିଶା ଗସ୍ତ । ତେବେ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଛନ୍ତି। ଏହି ପରିପେକ୍ଷୀରେ ସେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହା ସହ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। ଏହାସହ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ କାର୍ଡ ବାଣ୍ଟିବେ, ଲକ୍ଷପତି ଦିଦିଙ୍କୁ ଭେଟିବେ, ମୁଖ୍ୟମନ୍ତ୍ରୀ ଅନ୍ତାଦ୍ୟୋୟ ଯୋଜନାରେ ଘର ବାଣ୍ଟିବେ ଏବଂ ଜନତା ମୈଦାନରେ ରାଜ୍ୟବାସୀଙ୍କୁ ସରକାରଙ୍କ ଯୋଜନା ଓ ସଫଳତାକୁ ନେଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।