ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କ ସହିତ ଗଣଦୁଷ୍କର୍ମ ଘଟଣା ପରେ ବର୍ତ୍ତମାନ ରାଜ୍ୟ ସରକାରଙ୍କୁ ଲଭର୍ସ ପଏଣ୍ଟକୁ ଚିନ୍ତା ବଢ଼ିଯାଇଛି । ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ପାଇଁ ଦୁଇ ଦୁଇ ଥର ବୈଠକ ବସି ସାରିଲାଣି ବୋଲି ପର୍ଯ୍ୟଟନ ତଥା ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।
ଗୋପାଳପୁର ମାମଲାରେ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ପ୍ରଥମ ଥର ପାଇଁ ଘଟଣା ଘଟିବାର ରାତିକ ମଧ୍ୟରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଟିଆଇ ପ୍ୟରେଡ୍ କରାଯାଇ ଦୋଷୀଙ୍କୁ ଚିହ୍ନଟ କରାଯାଅଛି । ଆଇନ ତା କାମ କରୁଛି । ଯେତେ ପର୍ଯ୍ୟଟନ ସ୍ଥଳୀ ଅଛି, ଯେଉଁଠି ସବୁ ଲଭର୍ସ ପଏଣ୍ଟ ଅଛି , ତାହାର ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି । ସେଥିପାଇଁ ଦୁଇଥର ବୈଠକ ମଧ୍ୟ ବସି ସାରିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ସାରିଛି ।