ପୁରୀ: ପାଖେଇ ଆସୁଛି କାର୍ତ୍ତିକ ମାସ । ଏହି ମାସକୁ ପୁଣ୍ୟର ମାସ ବୋଲି ବିବେଚନା କରାଯାଏ । ଏହି ମାସରେ ହବିଷ୍ୟାଳିମାନେ ପୁରୀରେ ହବିଷ ବ୍ରତ କରିଥାନ୍ତି । ଏହାକୁ ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ ସମସ୍ତ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ।
ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରାଯିବ । ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ । ମାସେ ଧରି ଏହି ବ୍ରତ ପାଳନ କରିବେ ହବିଷ୍ୟାଳି ।
ତେବେ ହବିଷ୍ୟାଳୀ ମାଆ ମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଛନ୍ତି । ମାଆ ମାନଙ୍କର ସୁରକ୍ଷିତ ରହଣି, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା ସହ ଚିକିତ୍ସା, ପରିମଳ,ପାନୀୟ ଜଳ,ସ୍ୱଛାସେବୀ ସହଯୋଗର ମଧ୍ୟ ବ୍ୟବସ୍ଥା କରାଯିବ । ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ଙ୍କୁ ଦାୟିତ୍ୱ ଦିଆଯାଇଛି । ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ଵେଛାସେବୀମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ ବୋଲି ସୂଚନା ରହିଛି ।
ଅଧିକ ପଢନ୍ତୁ: ଆସନ୍ତା ରବିବାର ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ; ମା' ସମଲେଶ୍ୱରୀଙ୍କ ଦେବନୀତିରେ ହେବ ପରିବର୍ତ୍ତନ