ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଧରମବନ୍ଧା ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରର ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ମୃତ କର୍ମଚାରୀ ହେଲେ କୋଦୋପାଲିର ମମତା ମାଝୀ(୩୦) । ସେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି ।
ସୂଚନା ଅନୁଯାୟୀ, ଆଜି ସକାଳେ ମମତାଙ୍କ ମୃତ ଦେହ ଡାକ୍ତରଖାନାର କ୍ୱାର୍ଟରରୁ ଝୁଲନ୍ତା ଅବସ୍ଥାରେ ମିଳିଛି । ପ୍ରେମ ଜନିତ ବ୍ୟାପାର ପାଇଁ ସେ ଏଭଳି ଚରମ ନିଷ୍ପତ୍ତି ନେଇଥିବା ଅନୁମାନ କରାଯାଉଛି । ତାଙ୍କ ଗ୍ରାମ କୋଦୋପାଲିର ଜଣେ ଯୁବତଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ଥିଲା । ସେ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲ l ଉଭୟଙ୍କ ମଧ୍ୟରେ କିଛି ମତାନ୍ତର ପାଇଁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୁଲିସ ଓ ସାଇଣ୍ଟିଫିକ୍ ଟିମ ପହଁଚି ମୃତ ଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି ।