ଭୁବନେଶ୍ୱର: ଆଜି ୧୧.୩୦ ସୁଦ୍ଧା ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୨.୭ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଫୁଲବାଣୀରେ ୨୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ୪୦. ୨ ଡିଗ୍ରୀ ଓ କଟକରେ ୩୯.୪ ଡିଗ୍ରୀ ରେକର୍ଡ କରାଯାଇଛି ।
ସାଢ଼େ ୮ଟା ସୁଦ୍ଧା ଝାରସୁଗୁଡାରେ ୩୫.୨, ସମ୍ବଲପୁର ୩୪.୪, ହୀରାକୁଦ ୩୪, ବାଲେଶ୍ୱର ୩୩, ପୁରୀ ୩୩.୪, ରାଉରକେଲା ୩୨.୮, ଭୁବନେଶ୍ୱର ୩୨.୪, ଚାନ୍ଦବାଲି ୩୨.୨, ପାରାଦୀପ ୩୧.୨, ଗୋପାଳପୁର ୩୦.୨ ଡିଗ୍ରୀ ରେକର୍ଡ କରାଯାଇଛି । ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି ।
ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ତାତି ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେବ ବୋଲି ସୂଚନା ମିଳିଛି । ଆସନ୍ତା ୧୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆସନ୍ତା ୧୫ ଓ ୧୬ ତାରିଖରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏଥର ମେ ୨୭ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେହି ହିସାବରେ ରାଜ୍ୟକୁ ମଧ୍ୟ ଖୁବ ଶୀଘ୍ର ତାତି ଛୁଇଁବ ବୋଲି ପୂର୍ବାନୁମାନ କରାଯାଉଛି । କିନ୍ତୁ ରାଜ୍ୟରେ ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଲାଗୁନି ବ୍ରେକ । ଏନେଇ ରାଜ୍ୟବାସୀ ଘରୁ ବାହାରିବା ପାଇଁ ଭୟ କରୁଛନ୍ତି । ଆଜି ବି ସାରା ରାଜ୍ୟରେ ତାତି କଲବଲ କରୁଛି ।