ଜଳୁଛି ସାରା ଓଡିଶା । କିଛି ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିଥିବା ବେଳେ ଲୋକମାନେ ଅସହ୍ୟ ଗୁଳୁଗୁଳିରେ ଲୋକମାନେ ହନ୍ତସନ୍ତ ହେଉଛନ୍ତି । ତେବେ ଏହାରି ଭିତରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଉପକୂଳ ସମେତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କମିବ ଦିନର ତାତି । ତାତିରୁ ମିଳିବ ଆଶ୍ୱସ୍ତି । ଏହାସହ ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ରୁ୫ ଡିଗ୍ରୀ ଯାଏଁ ତାପମାତ୍ରା ହ୍ରାସ ହେବା ନେଇ ସମ୍ଭାବନା ରହିଛି ।