ଝାଡ଼ଖଣ୍ତ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଆଜି ସକାଳ ସୁଦ୍ଧା ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ଵର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏବଂ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହଭଦ୍ରକ, ବାଲେଶ୍ଵର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତ୍ସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲିପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୁବର୍ଣ୍ଣପୁର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ ଏବଂ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଆସନ୍ତାକାଲି ଆଡକୁ ବର୍ଷାର ପରିମାଣ ସାମାନ୍ୟ କମିବ। ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।