ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ରେ ଏହା ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି, ଘଡଘଡି ଓ ପବନ ହେବାର ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ସହ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଆଜି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ମୟୂରଭଞ୍ଜ, କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସହିତ ୩୦ରୁ ୪୦ କିମିର ପବନର ବେଗ ରହିବ । ରାଜ୍ୟରେ ପାଗ ମେଘୁଆ ହେବା ସହିତ ସମୁଦ୍ର ଅଶାନ୍ତ ରହିବ। ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅଧିକ ପଢନ୍ତୁ : ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍