ଭୁବନେଶ୍ୱର: ପୁଣି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୨୩ ଜିଲ୍ଲାରେ ହାଲୁକାରୁ ମାଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ଓ ଉତ୍ତରର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉପକୂଳବର୍ତ୍ତୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ସହ ପବନର ବେଗ ଅଧିକ ରହିବ । ଯାହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।