ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି । ବିଶେଷକରି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷୁଛି । ଆଜି ପାଇଁ ଦୁଇଟି ଜିଲ୍ଲା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେହିପରି ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହି ଜିଲ୍ଲାଗୁଡ଼ିକ ହେଲା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ମୟୂରଭଞ୍ଜ । ବାକି ୨୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଖାଲି ସେତିକି ନୁହେଁ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ପବନ ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ଝଟକା ପବନର ବେକ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ ।