ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୬ ତାରିଖରେ ମୟୁରଭଞ୍ଜ ଜିଲ୍ଲା ପାଇଁ ସମସ୍ତ ସରକାରୀ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ । ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଓ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ଦ୍ୱାରା ଏହି ଦିନକୁ ସରକାରୀ ଆଞ୍ଚଳିକ ଛୁଟି ଘୋଷଣା ନିମନ୍ତେ ପତ୍ର ମାଧ୍ୟମରେ ପ୍ରସ୍ତାବ ଦିଆଯାଇଥିଲା । ତେଣୁ ଏହା ପରେ ଆରଡିସି ଜିଲ୍ଲାର ଉକ୍ତ ସ୍କୁଲ ଛୁଟି ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ନେଇ ଆରଡିସିଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।