ଆସନ୍ତା କାଲି ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ସୂଚନା ଅନୁସାରେ, ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳୁଛି କିନ୍ତୁ ସରକାରଙ୍କ ପକ୍ଷରୁ କୌଣସି ବିସ୍ତୃତ ସୂଚନା ମିଳିନାହିଁ । ଆସନ୍ତାକାଲି ରାତିରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଓଡ଼ିଶାରେ ପହଞ୍ଚିବେ । ତା’ ପର ଦିନ ରାଜ୍ୟ ସରକାରଙ୍କ ଏକ କାର୍ଯ୍ୟକ୍ରମରେ ସେ ଯୋଗଦେବେ, ଯେଉଁଠି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ । କାର୍ଯ୍ୟକ୍ରମ ଶେଷ ହେବା ପରେ ଅପରାହ୍ନ ୩ଟାରୁ ୫ଟା ମଧ୍ୟରେ ଦଳୀୟ କାର୍ଯ୍ୟାଳୟରେ ହେବାକୁ ଥିବା ବୈଠକରେ ଯୋଗଦେବେ ଅମିତ ଶାହ । ସେଠାରେ ସେ କାର୍ଯ୍ୟକର୍ତ୍ତା ମାନଙ୍କୁ ପରାମର୍ଶ ଦେବେ ।