ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ରାଜ୍ୟରେ ହେବ ପ୍ରବଳ ବର୍ଷା । ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏନେଇ ୟୋଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ସେପଟେ ବକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟରେ ସକ୍ରିୟ ରହିଛି । ଯାହା ଫଳାରେ ବିଭିନ୍ନ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ଘଡ଼ଘଡ଼ି ବର୍ଷା ହୋଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ରବିବାର ଓ ୮ ସେପ୍ଟେମ୍ବରରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ କିଛି ଅଞ୍ଚଳରେ ବର୍ଷା ଜାରି ରହିବ, କିନ୍ତୁ ଏହାର ପ୍ରଭାବ କମ୍ ହେବ। ଉପକୂଳ ଅଞ୍ଚଳରେ ପାଗ ସୁଧୁରିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି।
ଝାରସୁଗୁଡ଼ା, ଯାଜପୁର, ଦେବଗଡ଼, କେନ୍ଦୁଝର, ବାଳେଶ୍ବର, ସମ୍ବଲପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଭଦ୍ରକ, ଅନୁଗୁଳ, ମୟୁରଭଞ୍ଜ, ନବରଙ୍ଗପୁର, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଆଜି ଜଗତସିଂହପୁର ,କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ସୋନପୁର , ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟେ କିମ୍ବା ଦୁଇଟିକୁ ସ୍ଥାନରେ ବର୍ଷା ହେବେ । ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡ଼ଘଡ଼ି ଜନିତ ବଜ୍ରପାତ ହେବା ନେଇ ସତର୍କ ଜାରି କରିଛି ବିଭାଗ । ଆଜି ଭୁବନେଶ୍ୱରରେ ପାଗ କିଛି ସୁଧୁରିଛି। ଉପକୂଳ ଅଞ୍ଚଳ ପାଇଁ ଆଇଏମଡି କୌଣସି ବର୍ଷା ଚେତାବନୀ ଜାରି କରିନାହିଁ। ତେବେ ଉତ୍ତର ଓଡ଼ିଶାର କିଛି ଆଭ୍ୟନ୍ତରୀଣ ଅଞ୍ଚଳରେ ହଠାତ୍ ବର୍ଷା, ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ବିଭାଗ ସତର୍କ କରିଛି।