ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବାବେଳେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୧୩ଟି ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
କାଳବୈଶାଖୀର ପ୍ରଭାବରେ ରାଜ୍ୟବାସୀଙ୍କୁ ତାତିରୁ ଆଶ୍ବସ୍ତି ମିଳିଛି । କାଳବୈଶାଖୀର ବର୍ଷା ଓ କରାଳ ରୂପ ତାଣ୍ଡବ ରଚୁଛି । ଯାହାର ପ୍ରଭାବରେ କୁଆପଥର ବର୍ଷା ସହ ଘଡଘଡି ହେଉଛି । ଆସନ୍ତାକାଲି ମଧ୍ୟ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ । କାଳବୈଶାଖୀର ପ୍ରଭାବରେ ପାଗରେ ପରିବର୍ତ୍ତନ ହେଉଛି । ହଠାତ କଳାହାଣ୍ଡିଆ ମେଘ ଘୋଟି ଆସିବା ସହିତ ବର୍ଷା ଘଡଘଡି ହେଉଛି । ଗତ କିଛି ଦିନ ହେବ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି । ଟ୍ୱିନ ସିଟି ସମେତ ଅଧିକାଂଶ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି ।