ଭୁବନେଶ୍ୱର ; ଦିନକୁ ଦିନ ବଢି ଚାଲିଛି ସୁନା ଦର । ବର୍ତ୍ତମାନ ବିବାହ ଋତୁ ଚାଲିଥିବା ବେଳେ ସୁନାଦରର ଅହେତୁକ ବୃଦ୍ଧି ବର୍ତ୍ତମାନ ଗ୍ରାହକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଆଜି ଭାରତୀୟ ବଜାରରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ ସୁନାର ମୂଲ୍ୟ ୮୬ ହଜାର ୬୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୮୦ ହଜାର ୩୫୦ ଟଙ୍କା ଛୁଇଁଥିବା ଜଣାପଡିଛି ।
ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୮୦ ହଜାର ୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୬୫୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୦,୩୫୦ ଟଙ୍କା ଓ ୮୭,୬୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୪୫୦ ଟଙ୍କା ଓ ୮୭, ୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୦,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭, ୬୫୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ରୂପା ମୂଲ୍ୟ କିଲୋ ପିଛା ୧,୦୦,୫୦୦ ଟଙ୍କା ଥିବା ଜଣାପଡିଛି ।