ଆଠଗଡ଼: ଆଜି ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର ଓ ସଂକ୍ରନ୍ତି। ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଆଠଗଡର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠ। ଭୋର୍ ୪ ଟାରୁ ଦ୍ୱାର ଫିଟାଯାଇ ୧୦୮ଗରା ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯାଇଛି।
ବାବାଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ଭୋରୁ ଭକ୍ତମାନେ ଲମ୍ଭା ଧାଡିରେ ଯାଇ ବାବାଙ୍କୁ ଦର୍ଶନ କରୁଛନ୍ତି। ବାବା ଧବଳେଶ୍ୱରଙ୍କ ପୀଠରେ ଶ୍ରଦ୍ଧାଳୁ ଙ୍କ ଭିଡ଼ ଦେଖିବାକୁ ମିଳିଛି। ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ଧାଡି ଦର୍ଶନର ବ୍ୟବସ୍ଥା କରାଯାଇଛି।